Source :- ODIA PUA
ଭଦ୍ରକ, ୪ା୫ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡ଼ିଶା ସରକାର ଓ ଏମ. ସି. ଏଲର ମିଳିତ ସହଯୋଗରେ ମଠସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ଶ୍ରେଣୀ ଗୃହର ଶୁଭ ଭିତିପ୍ରସ୍ତର ସ୍ଥାପନ ଉଚ୍ଚଶିକ୍ଷା, କ୍ରୀଡା ଯୁବସେବା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ କର କମଳରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଉର୍ମିଳାରାଣୀ ପାଣିଗ୍ରାହୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠି, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଜିଲ୍ଲପାଳ ଦିଲ୍ଲୀପ ରାଉତରାୟ, ଉପପୌରାଧ୍ୟକ୍ଷା ଅଞ୍ଜୁବାଳା ଜେନା,ଜିଲ୍ଲା ଶିକ୍ଷା ଅଧିକାରୀ ଜଗବନ୍ଧୁ ସାହୁ ଓ ଜିଲ୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ଚକ୍ରଧର ମଲ୍ଲିକ ପ୍ରମୁଖ ଯୋଗଦେଇ ନିଜ ନିଜର ଆଭିମୁଖ୍ୟ ଉପସ୍ଥାପନ କରିଥିଲେ। ଏଥିରେ ବିିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।
SOURCE: ODIA PUA