Home national news oriya ସାହାପୁର ଲଷ୍ମୀନାରାୟଣ ସାଧନ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ସାହାପୁର ଲଷ୍ମୀନାରାୟଣ ସାଧନ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

4
0

Source :- ODIA PUA

ଭଦ୍ରକ, ୧୬ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ସହାପୁର ପଂଚାୟତ ଅଧିନ ଲାଷ୍ମୀ ନାରାୟଣ ଆଂଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୬ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଲଷ୍ମୀ ନାରାୟଣ ନୋଡାଲ ଉଚ୍ଚ ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକ ଦେବାନନ୍ଦ ବିଶ୍ୱାଳଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଲଷ୍ମୀ ନାରାୟଣ କୃଷକ ସହଯୋଗ ହାଇ ସ୍କୁଲର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଜୟନ୍ତ କୁମାର ବାରିକ, ମୁଖ୍ୟବକ୍ତା ଭାବେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ମାରାଣ୍ଡି, ସମ୍ନାନିତ ଅତିଥିଭାବେ ଅବସର ପ୍ରାପ୍ତ ଭାର ପ୍ରାପ୍ତ ପ୍ରଧାନ ଶିକ୍ଷକ ସୁରେଶ ମହାକୁଡ଼,ଜାଫରାବାଦ ଉଚ୍ଚ ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକ ଦେବାଶିଷ ନାୟକ, ଭେଡା ଝିଙ୍କିରିଆ ଉଚ୍ଚ ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକ ବୈକୁଣ୍ଠ ନାଥ ପାଣିଗ୍ରାହୀ ଯୋଗଦେଇ ଶିଶୁ ମହୋତ୍ସବ ସୁରଭିର ଆଭିମୁଖ୍ୟ ଉପରେ ସୂଚନା ଦେଇଥିଲେ।କ୍ଳଷ୍ଟର ସିଆରସିସି ଧୀରେନ ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।ଲଷ୍ମୀ ନାରାୟଣ ନୋଡାଲ ସ୍କୁଲର ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଦ୍ୟାଧର ମହାନ୍ତି,ଅତିଥି ପରିଚୟ ପ୍ରଦାନ କରିଥିଲେ। ପ୍ରଧାନ ଶିକ୍ଷକ ଜଗବନ୍ଧୁ ସେନାପତି, ପ୍ରଧାନ ଶିକ୍ଷୟତ୍ରୀ ସଂଗୀତା ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଦର୍ଶନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସୁରଭି କାର୍ଯ୍ୟକ୍ରମରେ ୧୨୦ ଛାତ୍ର ଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ଏଥିରେ କ୍ଳଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦେଇଥିଲେ।

SOURCE: ODIA PUA