Source :- ODIA PUA
ଭଦ୍ରକ, ୬ା୧୦ (ଓଡିଆ ପୁଅ / ସ୍ନିଗ୍ଧା ରାୟ) – ଆଜି ଭଦ୍ରକ ଜିଲ୍ଲାର ପିଏମ୍ ଶ୍ରୀ ବି.ଏମ୍. ବାଗୁରାଇ ହାଇସ୍କୁଲରେ ସେବା ସଂକଳ୍ପ ଅଭିଯାନ-୨୦୨୬ ଅନ୍ତର୍ଗତ “ସୁରକ୍ଷିତ ଘରକୁ ଫେରନ୍ତୁ’ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରାୟ ୧୫୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ଡ. ଜଗବନ୍ଧୁ ସାହୁ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଂଶୁମାନ ଦ୍ୱିବେଦୀ ଏବଂ ଆଂଚଳିକ ପରିବହନ ଅଧିକାରୀ ଶୁଭେନ୍ଦୁ ରଞ୍ଜନ ରାୟ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ସଡ଼କ ସୁରକ୍ଷା ନିୟମ ସମ୍ପର୍କରେ ସଚେତନ କରାଇଥିଲେ। ଏହି ଅବସରରେ ହେଲମେଟ୍ ପିନ୍ଧିବା, ସିଟ୍ ବେଲ୍ଟ ବ୍ୟବହାର, ଦ୍ରୁତ ଗତିରେ ଗାଡ଼ି ନ ଚଲାଇବା, ମୋବାଇଲ ଫୋନ୍ ବ୍ୟବହାର କରି ଗାଡ଼ି ନ ଚଲାଇବା ଏବଂ ଟ୍ରାଫିକ ନିୟମ ପାଳନ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ନିଜେ ସୁରକ୍ଷିତ ରହି ଅନ୍ୟକୁ ସୁରକ୍ଷିତ ରଖି ସୁରକ୍ଷିତ ଭାବେ ଘରକୁ ଫେରିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଯାଇଥିଲା।
SOURCE: ODIA PUA




